ଭୁବନେଶ୍ୱର, ନିଯୁକ୍ତି ମିଶନର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ରେଳ ଅଡିଟୋରିୟମରେ ରୋଜଗାର ମେଳା କାର୍ଯ୍ୟକ୍ରମରେ ଶୁଭାରମ୍ଭ କରି ୨୩୯ ଜଣଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଡ଼ାକ ବିଭାଗର ସର୍ବାଧିକ ୮୯, ଭବନେଶ୍ୱର ଆଇଆଇଟି ରେ ୫୫, ଇଏସଆଇସିରେ ୨୭, ଏସଏଲବିସିରୁ ୨୧ ଜଣ ଏମିତି ମୋଟ ୯ ଟି ବିଭାଗର ମୋଟ ୨୩୯ ଜଣ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ।
କେନ୍ଦ୍ର ସରକାରଙ୍କ ଆନୁକୂଲ୍ୟରେ ଚଳିତ ବର୍ଷ ” ଆଜାଦି କା ଅମୃତ ମହୋତ୍ସବ” କାର୍ଯ୍ୟକ୍ରମର ଅଂଶ ବିଶେଷ ଭାବେ ” ରୋଜଗାର ମିଶନ ” ସର୍ବ ଭାରତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ପ୍ରାରମ୍ଭ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଭୁବନେଶ୍ୱର ଓ କଟକରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରି ନିଯୁକ୍ତି ପତ୍ର ବଂଟନ କରାଯାଇଛି ।