ଭୁବନେଶ୍ଵର, ଆଣ୍ଡମାନସାଗର ନିକଟବର୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଂଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ୨୩ ତାରିଖରେ ଏହା ଏକ ସାମୁଦ୍ରିକ ଝଡ଼ରେ ପରିଣତ ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହା କ୍ରମଶଃ ଉତରପଶ୍ଚିମ ଦିଗରେ ଗତି କରିବ । ୨୫ ତାରିଖ ସକାଳ ସମୟରେ ସମ୍ଭାବ୍ୟ ବାତ୍ୟା ‘ସିତ୍ରଙ୍ଗ’ ବାଙ୍ଗଲାଦେଶ-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 22, 2024