
ଭୁବନେଶ୍ଵର, ରାଜ୍ୟରେ ଗୋଟିଏ ଦିନରେ ୫୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୫୮୦୮ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ୫୭ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ କ୍ଵାରେଂଟାଇନ (ସଙ୍ଗରୋଧ)ରୁ ଏବଂ ୨୫ ଜଣ ଲୋକାଲ୍ କଂଟାକ୍ଟ (ସ୍ଥାନୀୟ ସମ୍ପର୍କ)ରୁ ରହିଛନ୍ତି । ସେହିପରି ୦ ରୁ ୧୮ ବର୍ଷ ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ନୂଆ ୭୪ ଜଣ ସୁସ୍ଥ ହେବା ପରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୧୦୫ ରେ ପହଂଚିଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୪୮ ରହିଛି ।
ରାଜ୍ୟରେ ନୂଆ ଚିହ୍ନଟ ହୋଇଥିବା ୫୭ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ଵର ଜିଲ୍ଲାରେ ୪, କଟକ ଜିଲ୍ଲାରେ ୪, ଦେବଗଡ଼ ଜିଲ୍ଲାରେ ୪, ଗଜପତି ଜିଲ୍ଲାରେ ୨, ଜଗତସିଂହପୁର ଜିଲ୍ଲାରେ ୧, ଯାଜପୁର ଜିଲ୍ଲାରେ ୧, କଳାହାଣ୍ଡି ଜିଲ୍ଲାରେ ୧ ଏବଂ ଖୋର୍ଦ୍ଧା ଜିଲ୍ଲାରେ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି କୋରାପୁଟ ଜିଲ୍ଲାରେ ୧, ନୟାଗଡ଼ ଜିଲ୍ଲାରେ ୪, ନୂଆପଡା ଜିଲ୍ଲାରେ ୧, ପୁରୀ ଜିଲ୍ଲାରେ ୧, ରାୟଗଡ଼ା ଜିଲ୍ଲାରେ ୧, ସମ୍ବଲପୁର ଜିଲ୍ଲାରେ ୨, ସୋନପୁର ଜିଲ୍ଲାରେ ୧, ସୁନ୍ଦରଗଡ଼ ଜିଲ୍ଲାରେ ୧୯ ଓ ଷ୍ଟେଟ ପୁଲରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।