ନୂଆଦିଲ୍ଲୀ, କରୋନା ଟୀକାକରଣ ଅଭିଯାନରେ ଦେଶରେ ବର୍ତମାନ ସୁଦ୍ଧା ୨୧୯.୫୩ କୋଟି ଭ୍ୟାକ୍ସିନ ଡୋଜ୍ ଲୋକଙ୍କୁ ଦିଆଯାଇଛି । ତନ୍ମଧ୍ୟରୁ ୯୫ କୋଟି ଲୋକଙ୍କୁ ସେକେଣ୍ଡ ଡୋଜ୍ ଓ ୨୨.୦୧ କୋଟି ଲୋକଙ୍କୁ ପ୍ରିକସନ୍ ଡୋଜ୍ ଦିଆଯାଇଛି । ଗତ ୨୪ ଘଂଟାରେ ୨ ଲକ୍ଷ ୯୦ ହଜାର ୭୫୨ ଜଣଙ୍କୁ ଟୀକାକରଣ କରାଯାଇଛି । ଶନିବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଏହା ଜଣାପଡିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୦୯,୦୮୮ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୦୯,୦୮୮ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯.୯୮ କୋଟି ନମୂନାର ପରୀକ୍ଷଣ କରାଯାଇଥିବା ଶନିବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଜଣାପଡିଛି ।