
ଭୁବନେଶ୍ୱର, ୩୦ ବରିଷ୍ଠ ଆଇଏଏସଙ୍କୁ ଦିଆଗଲା ୩୦ ଜିଲ୍ଲାର ବିକାଶ ଦାୟିତ୍ୱ ଦିଆଯାଇଛି । ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ କଳାହାଣ୍ଡି ଦାୟିତ୍ୱ ଦିଆଯାଇଛି । ଅର୍ଥ ସଚିବ ବିଶାଲ ଦେବଙ୍କୁ ମୟୂରଭଞ୍ଜ ଦାୟିତ୍ୱ ମିଳିଥିବା ବେଳେ ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କୁ କୋରାପୁଟ ଦାୟିତ୍ୱ ଦିଆଯାଇଛି ।
ଖଣି ଇସ୍ପାତ ସଚିବ ଦେଓରଞ୍ଜନ ସିଂହଙ୍କୁ କେନ୍ଦୁଝର ଦାୟିତ୍ୱ ଦିଆଯାଇଥିବା ବେଳେ କୃଷି ସଚିବ ଅରବିନ୍ଦ ପାଢ଼ୀଙ୍କୁ କନ୍ଧମାଳ ଦାୟିତ୍ୱ ମିଳିଛି । ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତିକେୟନଙ୍କୁ କଟକ, ଜଳସମ୍ପଦ ସଚିବ ଅନୁ ଗର୍ଗଙ୍କୁ ପୁରୀ ଦାୟିତ୍ୱ ମିଳିଛି । ଉତରାଂଚଳ ଆରଡିସି ସୁରେଶ ଚନ୍ଦ୍ର ଦଳାଇଙ୍କୁ ଦେବଗଡ଼, ଆଇଟି ସଚିବ ମନୋଜ ମିଶ୍ରଙ୍କୁ ଢେଙ୍କାନାଳ, ଶ୍ରମ ସଚିବ ଚିତ୍ରା ଅନୁମଗମଙ୍କୁ ଗଜପତି, ହସ୍ତତନ୍ତ ଓ ବୟନ ଶିଳ୍ପ ସ୍ୱତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟିଙ୍କୁ ଜଗତସିଂହପୁର, ଓଏମସି ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂହଙ୍କୁ ସୁନ୍ଦରଗଡ଼ ଦାୟିତ୍ୱ ମିଳିଛି ।
ମତ୍ସ୍ୟ ଓ ପଶୁସମ୍ପଦ ସଚିବ ସୁରେଶ କୁମାର ବଶିଷ୍ଠଙ୍କୁ ରାୟଗଡା, ପୂର୍ତ ସଚିବ ବୀରବିକ୍ରମ ଯାଦବଙ୍କୁ ସମ୍ବଲପୁର, ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମାଙ୍କୁ ଖୋର୍ଦ୍ଧା, ସମବାୟ ସଚିବ ସଞ୍ଜିବ କୁମାର ଚଢାଙ୍କୁ ମାଲକାନଗିରି, ସ୍କୁଲ ଓ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ଥିଙ୍କୁ ଗଞ୍ଜାମ, ବିଜ୍ଞାନ ଓ କାରିଗରି କୌଶଳ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ଯାଜପୁର ଦାୟିତ୍ୱ ଦିଆଯାଇଛି ।
ସେହିପରି ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ଝାରସୁଗୁଡା, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ବଲାଙ୍ଗୀର, ଇପିକଲ ଏମଡି ଭୂପେନ୍ଦ୍ର ସିଂ ପୁନିଆଙ୍କୁ ସୋନପୁର, ସାମାଜିକ ବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲଙ୍କୁ ନବରଙ୍ଗପୁର, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ କେନ୍ଦ୍ରାପଡ଼ା, ହସ୍ତତନ୍ତ ଓ ବୟନଶିଳ୍ପ ସ୍ୱତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟିଙ୍କୁ ଜଗତସିଂହପୁର, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ବୃନ୍ଦା ଡିଙ୍କୁ ଅନୁଗୁଳ, ଶ୍ରମ ଆୟୁକ୍ତ ଏନ୍. ଥିରୁମାଳା ନାଏକଙ୍କୁ ବାଲେଶ୍ୱର, ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଅର୍ଚ୍ଚନା ପଟ୍ଟନାୟକଙ୍କୁ ବରଗଡ଼, ସ୍ପେଶାଲ ପ୍ରୋଜେକ୍ଟର ନିର୍ଦ୍ଦେଶକ ଅରବିନ୍ଦ ଡାକୁଆଙ୍କୁ ଭଦ୍ରକ, ପଂଚାୟତିରାଜ ବିଭାଗ ଅତିରିକ୍ତ ସଚିବ ଗୁହା ପୁନମ ତାପସ କୁମାରଙ୍କୁ ବୌଦ୍ଧ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ୍ ଆର. ଯାଦବଙ୍କୁ ନୂଆପଡା ଏବଂ ପାନୀୟ ଜଳ ଓ ପରିଚ୍ଛନ୍ନତା ନିର୍ଦ୍ଦେଶକ ବି. ପରମେଶ୍ୱରଙ୍କୁ ନୟାଗଡ଼ ଦାୟିତ୍ୱ ଦିଆଯାଇଛି ।
ରାଜ୍ୟର ୩୦ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାମ ତଥା ଜନହିତକାରୀ ଯୋଜନାର ତଦାରଖ କରିବା ପାଇଁ ଆଇଏଏସଙ୍କୁ ଦାୟିତ୍ୱ ଦିଆଯାଇଛି । ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି ।