ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧,୯୯୪ ନୂଆ କରୋନା ମାମଲା ସାମନାକୁ ଆସିଛି । ୨,୬୦୧ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣର ହାର ରହିଛି ୧.୨୪ ପ୍ରତିଶତ । ବର୍ତମାନ ସୁସ୍ଥ ହାର ରହିଛି ୯୮.୭୬ ପ୍ରତିଶତ । ସକ୍ରିୟ ମାମଲା ରହିଛି ୦.୦୫ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ରବିବାର ସକାଳ ସୁଦ୍ଧା ଦେଶରେ ୪ କୋଟି ୪୦ ଲକ୍ଷ ୯୦ ହଜାର ୩୪୯ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩,୪୩୨ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧,୬୧,୨୯୦ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧,୬୧,୨୯୦ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୯୦.୦ କୋଟି ନମୂନାର ପରୀକ୍ଷଣ କରାଯାଇଥିବା ରବିବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଜଣାପଡିଛି ।
୨୪ ଘଂଟାରେ ୨ ଲକ୍ଷ ୧୦ ହଜାର ୬୧୭ କରୋନା ଟୀକାକରଣ
ନୂଆଦିଲ୍ଲୀ, କରୋନା ଟୀକାକରଣ ଅଭିଯାନରେ ଦେଶରେ ବର୍ତମାନ ସୁଦ୍ଧା ୨୧୯.୫୫ କୋଟି ଭ୍ୟାକ୍ସିନ ଡୋଜ୍ ଲୋକଙ୍କୁ ଦିଆଯାଇଛି । ତନ୍ମଧ୍ୟରୁ ୯୫ କୋଟି ଲୋକଙ୍କୁ ସେକେଣ୍ଡ ଡୋଜ୍ ଓ ୨୨.୦୨ କୋଟି ଲୋକଙ୍କୁ ପ୍ରିକସନ୍ ଡୋଜ୍ ଦିଆଯାଇଛି । ଗତ ୨୪ ଘଂଟାରେ ୨ ଲକ୍ଷ ୧୦ ହଜାର ୬୧୭ ଜଣଙ୍କୁ ଟୀକାକରଣ କରାଯାଇଛି । ରବିବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଏହା ଜଣାପଡିଛି ।