
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୬୩,୭୮୬ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୯୦.୦୧ କୋଟି ନମୂନାର ପରୀକ୍ଷଣ କରାଯାଇଥିବା ମଙ୍ଗଳବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଜଣାପଡିଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୮୬୨ ନୂଆ ମାମଲା: ସୁସ୍ଥ ହେଲେ ୧,୫୦୩, ସକ୍ରିୟ ମାମଲା ୨୨,୫୪୯
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୮୬୨ ନୂଆ କରୋନା ମାମଲା ସାମନାକୁ ଆସିଛି । ୧,୫୦୩ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣର ହାର ରହିଛି ୧.୩୫ ପ୍ରତିଶତ। ବର୍ତମାନ ସୁସ୍ଥ ହାର ରହିଛି ୯୮.୭୬ ପ୍ରତିଶତ । ସକ୍ରିୟ ମାମଲା ରହିଛି ୦.୦୫ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ମଙ୍ଗଳବାର ସକାଳ ସୁଦ୍ଧା ଦେଶରେ ୪ କୋଟି ୪୦ ଲକ୍ଷ ୯୩ ହଜାର ୪୦୯ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୨,୫୪୯ ରହିଛି ।
୨୪ ଘଂଟାରେ ୨୩ ହଜାର ୭୯୧ କରୋନା ଟୀକାକରଣ
ନୂଆଦିଲ୍ଲୀ, କରୋନା ଟୀକାକରଣ ଅଭିଯାନରେ ଦେଶରେ ବର୍ତମାନ ସୁଦ୍ଧା ୨୧୯.୫୬ କୋଟି ଭ୍ୟାକ୍ସିନ ଡୋଜ୍ ଲୋକଙ୍କୁ ଦିଆଯାଇଛି । ତନ୍ମଧ୍ୟରୁ ୯୫ କୋଟି ଲୋକଙ୍କୁ ସେକେଣ୍ଡ ଡୋଜ୍ ଓ ୨୨.୦୩ କୋଟି ଲୋକଙ୍କୁ ପ୍ରିକସନ୍ ଡୋଜ୍ ଦିଆଯାଇଛି । ଗତ ୨୪ ଘଂଟାରେ ୨୩ ହଜାର ୭୯୧ ଜଣଙ୍କୁ ଟୀକାକରଣ କରାଯାଇଛି । ମଙ୍ଗଳବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଏହା ଜଣାପଡିଛି ।