ଭୁବନେଶ୍ଵର, ରାଜ୍ୟରେ ଗୋଟିଏ ଦିନରେ ୨୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୫୯୨୦ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ଵାରେଂଟାଇନ (ସଙ୍ଗରୋଧ)ରୁ ଏବଂ ୧୧ ଜଣ ଲୋକାଲ୍ କଂଟାକ୍ଟ (ସ୍ଥାନୀୟ ସମ୍ପର୍କ)ରୁ ରହିଛନ୍ତି । ସେହିପରି ୦ ରୁ ୧୮ ବର୍ଷ ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ନୂଆ ୫୫ ଜଣ ସୁସ୍ଥ ହେବା ପରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୨୬୭ ରେ ପହଂଚିଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୯୭ ରହିଛି ।
ରାଜ୍ୟରେ ନୂଆ ଚିହ୍ନଟ ହୋଇଥିବା ୨୫ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ଵର ଜିଲ୍ଲାରେ ୧, ବରଗଡ଼ ଜିଲ୍ଲାରେ ୨, କଟକ ଜିଲ୍ଲାରେ ୩, କଳାହାଣ୍ଡି ଜିଲ୍ଲାରେ ୨ ଏବଂ ଖୋର୍ଦ୍ଧା ଜିଲ୍ଲାରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ମୟୂରଭଞ୍ଜ ଜିଲ୍ଲାରେ ୨, ନୂଆପଡା ଜିଲ୍ଲାରେ ୧, ପୁରୀ ଜିଲ୍ଲାରେ ୩, ସମ୍ବଲପୁର ଜିଲ୍ଲାରେ ୩, ସୁନ୍ଦରଗଡ଼ ଜିଲ୍ଲାରେ ୪ ଓ ଷ୍ଟେଟ ପୁଲରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।