ଭୁବନେଶ୍ୱର , ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ତଦନ୍ତ କରିବ ପ୍ରବର୍ତନ ନିର୍ଦ୍ଦେଶାଳୟ (ଇଡି) । କମିଶନରେଟ ପୋଲିସ ପକ୍ଷରୁ ୨ଟି ଏତଲାର କପି ଇଡିକୁ ହସ୍ତାନ୍ତର କରାଯାଇଛି । ଅର୍ଚ୍ଚନାଙ୍କ ନାଁରେ ଖଣ୍ଡଗିରି ଓ ନୟାପଲ୍ଲୀ ଥାନାରେ ହୋଇଥିବା ଏତଲାର କପି ଇଡିକୁ ଦିଆଯାଇଛି ।
ସୂଚନାଯୋଗ୍ୟ ଯେ ନାମିଦାମୀ ଲୋକମାନଙ୍କୁ ବ୍ଲାକମେଲ କରିବା ଅଭିଯୋଗରେ ଗତ ୭ ତାରିଖରେ ଅର୍ଚ୍ଚନା ନାଗଙ୍କୁ କମିଶନରେଟ୍ ପୋଲିସ୍ ଗିରଫ କରିଥିଲା । ଏହାର ୧୫ ଦିନ ପରେ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ପୁଲିସ ଗିରଫ କରିଥିଲା । ବର୍ତମାନ ଉଭୟ ସ୍ୱାମୀ ଓ ସ୍ତ୍ରୀ ଏବେ ସେକ୍ସେଟୋର୍ସନ ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ।