ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧ ଲକ୍ଷ ୪୪ ହଜାର ୪୯୧ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୯୦.୦୪ କୋଟି ନମୂନାର ପରୀକ୍ଷଣ କରାଯାଇଥିବା ଗୁରୁବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଜଣାପଡିଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧,୧୧୨ ନୂଆ ମାମଲା : ସୁସ୍ଥ ହେଲେ ୧,୮୯୨, ସକ୍ରିୟ ମାମଲା ୨୦,୮୨୧
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧,୧୧୨ ନୂଆ କରୋନା ମାମଲା ସାମନାକୁ ଆସିଛି । ୧,୮୯୨ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣର ହାର ରହିଛି ୦.୭୭ ପ୍ରତିଶତ । ବର୍ତମାନ ସୁସ୍ଥ ହାର ରହିଛି ୯୮.୭୭ ପ୍ରତିଶତ । ସକ୍ରିୟ ମାମଲା ରହିଛି ୦.୦୫ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗୁରୁବାର ସକାଳ ସୁଦ୍ଧା ଦେଶରେ ୪ କୋଟି ୪୦ ଲକ୍ଷ ୯୭ ହଜାର ୦୭୨ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦,୮୨୧ ରହିଛି ।