ନୂଆଦିଲ୍ଲୀ, କରୋନା ଟୀକାକରଣ ଅଭିଯାନରେ ଦେଶରେ ବର୍ତମାନ ସୁଦ୍ଧା ୨୧୯.୬୦ କୋଟି ଭ୍ୟାକ୍ସିନ ଡୋଜ୍ ଲୋକଙ୍କୁ ଦିଆଯାଇଛି । ତନ୍ମଧ୍ୟରୁ ୯୫.୦୧ କୋଟି ଲୋକଙ୍କୁ ସେକେଣ୍ଡ ଡୋଜ୍ ଓ ୨୨.୦୬ କୋଟି ଲୋକଙ୍କୁ ପ୍ରିକସନ୍ ଡୋଜ୍ ଦିଆଯାଇଛି ।
ଗତ ୨୪ ଘଂଟାରେ ୧ ଲକ୍ଷ ୬୦ ହଜାର ୭୧୪ ଜଣଙ୍କୁ ଟୀକାକରଣ କରାଯାଇଛି । ଶୁକ୍ରବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଏହା ଜଣାପଡିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧ ଲକ୍ଷ ୪୨ ହଜାର ୭୦୪ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧ ଲକ୍ଷ ୪୨ ହଜାର ୭୦୪ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୯୦.୦୫ କୋଟି ନମୂନାର ପରୀକ୍ଷଣ କରାଯାଇଥିବା ଶୁକ୍ରବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଜଣାପଡିଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୨୦୮ ନୂଆ ମାମଲା : ସୁସ୍ଥ ହେଲେ ୩,୬୧୯, ସକ୍ରିୟ ମାମଲା ୧୯,୩୯୮
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୨,୨୦୮ ନୂଆ କରୋନା ମାମଲା ସାମନାକୁ ଆସିଛି । ୩,୬୧୯ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣର ହାର ରହିଛି ୧.୫୫ ପ୍ରତିଶତ । ବର୍ତମାନ ସୁସ୍ଥ ହାର ରହିଛି ୯୮.୭୭ ପ୍ରତିଶତ । ସକ୍ରିୟ ମାମଲା ରହିଛି ୦.୦୪ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶୁକ୍ରବାର ସକାଳ ସୁଦ୍ଧା ଦେଶରେ ୪ କୋଟି ୪୧ ଲକ୍ଷ ୬୯୧ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯,୩୯୮ ରହିଛି ।