
ଭୁବନେଶ୍ୱର, ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ସଭାପତିଙ୍କ ସୁପାରିଶ ତଥା ଅଖିଳ ଭାରତ କଂଗ୍ରେସ କମିଟିଙ୍କ ନିର୍ଦ୍ଦେଶ କ୍ରମେ ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀର ଶ୍ରୀ ବିଦ୍ୟାଧର ଜେନାଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ପ୍ରତ୍ୟାହାର କରିନେଇଛନ୍ତି ବୋଲି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ସୂତ୍ରରୁ ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ।