ଭୁୁବନେଶ୍ୱର, ୧୪୪ ଜାରି ହୋଇଥିବାରୁ ଏବର୍ଷ ଧବଳେଶ୍ୱର ଯାତ୍ରା ବନ୍ଦ ରହିବ । ଧବଳେଶ୍ୱରକୁ କୌଣସି ଶ୍ରଦ୍ଧାଳୁଙ୍କୁ ଯିବାକୁ ଅନୁମତି ଦିଆଯିବ ନାହିଁ ।ô କଟକ ଦାୟିତ୍ୱରେ ଥିବା ଖୋର୍ଦ୍ଧା ଏସ୍ପି ସିଦ୍ଧାର୍ଥ କାଟାରିଆ ଏହା ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି ଯେ ଝୁଲା ପୋଲ ଅସୁରକ୍ଷିତ ଥିବାରୁ କଟକଣା ଜାରି କରାଯାଇଛି ।
ସେ କହିଛନ୍ତି ଯେ – ସୁରକ୍ଷିତ ପୋଲ ପାଇଁ ପ୍ରଶାସନ ୧୪୪ ଧାରା ଜାରି କରିଛି । -ଆମ ପାଇଁ ଯାତ୍ରୀଙ୍କ ସୁରକ୍ଷା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ୧୪୪ ଜାରି ହୋଇଥିବାରୁ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ଅନୁମତି ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି ।