ଭୁବନେଶ୍ଵର, ବଙ୍ଗୋପସାଗର ଅଂଚଳରୁ ପୂର୍ବଦିଗରୁ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତ୍ରି ତାପମାତ୍ରା ବୃଦ୍ଧି ପାଇଛି । କୋରାପୁଟର ସିମିଳିଗୁଡାରେ ୧୫ ଡ଼ିଗ୍ରୀ, କୋରାପୁଟରେ ୧୫ ଡ଼ିଗ୍ରୀ, କନ୍ଧମାଳ ଜିଲ୍ଲାର ଫୁଲବାଣୀ ଠାରେ ୧୫ ଡ଼ିଗ୍ରୀ, ଦାରିଙ୍ଗବାଡି ଠାରେ ୧୬ ଡ଼ିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ କରାଯାଇଛି ।
ସେହିପରି ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ବାଲେଶ୍ଵର ଜିଲ୍ଲାରେ ୩୨.୫ ଏବଂ ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ୧୪.୮ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।