ଭୁବନେଶ୍ଵର, ରାଜ୍ୟରେ ଗୋଟିଏ ଦିନରେ ୩୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୧୬୯ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ କ୍ଵାରେଂଟାଇନ (ସଙ୍ଗରୋଧ)ରୁ ଏବଂ ୧୫ ଜଣ ଲୋକାଲ୍ କଂଟାକ୍ଟ (ସ୍ଥାନୀୟ ସମ୍ପର୍କ)ରୁ ରହିଛନ୍ତି । ସେହିପରି ୦ ରୁ ୧୮ ବର୍ଷ ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ନୂଆ ୩୩ ଜଣ ସୁସ୍ଥ ହେବା ପରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୬୫୪ ରେ ପହଂଚିଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୫୯ ରହିଛି ।
ରାଜ୍ୟରେ ନୂଆ ଚିହ୍ନଟ ହୋଇଥିବା ୩୭ ସଂକ୍ରମିତଙ୍କ ମଧ୍ୟରୁ ଭଦ୍ରକ ଜିଲ୍ଲାରେ ୧, ବଲାଙ୍ଗିର ଜିଲ୍ଲାରେ ୧, କଟକ ଜିଲ୍ଲାରେ ୫, ଦେବଗଡ଼ ଜିଲ୍ଲାରେ ୨ ଏବଂ ଖୋର୍ଦ୍ଧା ଜିଲ୍ଲାରେ ୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଜିଲ୍ଲାରେ ୧, ନୂଆପଡ଼ା ଜିଲ୍ଲାରେ ୨, ପୁରୀ ଜିଲ୍ଲାରେ ୧, ସମ୍ବଲପୁର ଜିଲ୍ଲାରେ ୪, ସୁନ୍ଦରଗଡ଼ ଜିଲ୍ଲାରେ ୧୧ ଏବଂ ଷ୍ଟେଟପୁଲ୍ ରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।