ବଲାଙ୍ଗିର, ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ଅକ୍ଟୋବର ୩୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି। ଏହି ସପ୍ତାହ ପାଳନ ଉପଲକ୍ଷେ ୨ ତାରିଖରେ ଦୁର୍ନୀତି ନିବାରଣ ବିଭାଗ, ବଲାଙ୍ଗିର ଶାଖା ପକ୍ଷରୁ ଜନସାଧାରଣଙ୍କୁ ଦୁର୍ନୀତି ନିବାରଣ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି। ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଖଇରା ଗ୍ରାମପଞ୍ଚାୟତ କାର୍ଯ୍ୟ।ଳୟ ଠାରେ ଏହି ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଏହି ଗ୍ରାମସଭାରେ ଡ଼ିଏସପି ଭିଜିଲାନ୍ସ, ବଲାଙ୍ଗିର ପୁଲସ୍ତି ଛତ୍ରିଆ, ସରପଞ୍ଚ ବାବିତା ବାଗ, ବଙ୍ଗୋମୁଣ୍ଡା ବ୍ଲକ ଜିପିଇଓ ସୁଧୀର କୁମାର ଠାକୁର, ପିଇଓ ଚିନ୍ତାମଣି ରଣା, ଦୁର୍ନୀତି ନିବାରଣ ବିଭାଗ, ବଲାଙ୍ଗିରର କର୍ମଚାରୀଙ୍କ ସମେତ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ ।
ସେହିପରି ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଲୁମୁଣ୍ଡା ଗ୍ରାମପଞ୍ଚାୟତ କାର୍ଯ୍ୟ।ଳୟ ଠାରେ ମଧ୍ୟ ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଏହି ଗ୍ରାମସଭାରେ ଡ଼ିଏସପି ଭିଜିଲାନ୍ସ, ବଲାଙ୍ଗିର ପୁଲସ୍ତି ଛତ୍ରିଆ, ସରପଞ୍ଚ ରଞ୍ଜିତା ମେହେର, ବଙ୍ଗୋମୁଣ୍ଡା ବ୍ଲକ ଜିପିଇଓ ସୁଧୀର କୁମାର ଠାକୁର, ପିଇଓ ସତ୍ୟ କୁମାର ଘିବେଳା, ଦୁର୍ନୀତି ନିବାରଣ ବିଭାଗ, ବଲାଙ୍ଗିରର କର୍ମଚାରୀଙ୍କ ସମେତ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ ।