
ଭୁବନେଶ୍ୱର, ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ନିୟୋଜିତ ପୋଲିଂ ଅଫିସର୍ ନଟବର ମୁଣ୍ଡାଙ୍କ ଅକାଳ ବିୟୋଗ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ହୋଇଥିଲା । ଗତକାଲି ରାତିରେ ନଟବର ମୁଣ୍ଡା ଭୀଷଣ ଅସୁସ୍ଥ ହୋଇପଡ଼ିଥିଲେ । ପରିବାର ଲୋକେ ଗତକାଲି ତାଙ୍କୁ ଭଦ୍ରକ ମେଡ଼ିକାଲରେ ଭର୍ତି କରିଥିଲେ । ରାତିରେ ସେ ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଯାଇଛି । ତାଙ୍କର ବିୟୋଗକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିୟମ ଅନୁଯାୟୀ, ମୃତ ପୋଲିଂ ଅଧିକାରୀ ନଟବର ମୁଣ୍ଡାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ସେ ଘୋଷଣା କରିଛନ୍ତି ।
ସେ ନିଜର ଅସୁସ୍ଥତା ସଂପର୍କରେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ସୂଚିତ କରିବା ପରେ ବି ତାଙ୍କୁ ନିର୍ବାଚନ ଦାୟିତ୍ୱ ଦିଆଯାଇଥିବା ଅଭିଯୋଗ ହୋଇଛି ।
ନଟବର ମୁଣ୍ଡା ଭଦ୍ରକ ଜିଲ୍ଲା ଓଲାଙ୍ଗ ନେଡାଲ୍ ୟୁପି ସ୍କୁଲରେ ସହକାରୀ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ । ସେ ନିଜର ଅସୁସ୍ଥତା ସଂପର୍କରେ ବିଭାଗୀୟ କର୍ତୃପକ୍ଷଙ୍କୁ ସୂଚିତ କରି ତାଙ୍କୁ ନିର୍ବାଚନ କାମ ନ ଦେବା ଲାଗି ଅନୁରୋଧ କରିଥିଲେ ।