
ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନବିଶିଷ୍ଟ ଗୀତିକାର ନିମାଇଁ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ବିଶିଷ୍ଟ ଗୀତିକାର ନିମାଇଁ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅନେକ କାଳଜୟୀ ଗୀତ ଲେଖି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ସ୍ୱର୍ଗତ ମହାନ୍ତିଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।