ଭୁବନେଶ୍ୱର, ଲେଡି ବ୍ଲାକ ମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନର ଶୁଣାଣି ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ ଶେଷ ହୋଇଛି । ଆବେଦନ ଶୁଣାଣି କରି କୋର୍ଟ ରାୟକୁ ସଂରକ୍ଷିତ ରଖିଛନ୍ତି । ଅର୍ଚ୍ଚନାଙ୍କ ନାମରେ ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ଶନିବାର ଜାମିନ ଆବଦନର ଶୁଣାଣି ହୋଇଥିଲା । ପୂର୍ବରୁ ଖଣ୍ଡଗିରି ଥାନା ମାମଲାରେ ଅର୍ଚ୍ଚନାଙ୍କ ଜାମିନ ଖାରଜ କରିଥିଲେ କୋର୍ଟ ।
ସେପଟେ ମାମଲାରେ ତଦନ୍ତ ଆରମ୍ଭ କରିଛ ପ୍ରବର୍ତନ ନିର୍ଦ୍ଦେଶାଳୟ ବା ଇଡି । ପ୍ରଥମ ପର୍ଯ୍ୟାୟରେ ଇଡି ଅର୍ଚ୍ଚନା ତାଙ୍କ ସ୍ୱାମୀ ଜଗବନ୍ଧୁ, ସହଯୋଗୀ ଖଗେଶ୍ୱର ଅଭିଯୋଗ କରିଥିବା ଯୁବତୀ ଏବଂ ସିନେମା ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ସହ ନୋଟିସ୍ ଜାରି କରିବ । ସେହିଭଳି ଜେଲରେ ଥିବା ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁଙ୍କୁ ରିମାଣ୍ଡରେ ନେଇପାରେ ଇଡି ।