ସୁବର୍ଣ୍ଣପୁର,ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୩ ଗୋଟି ଓ ସାମୁହିକ ଦରଖାସ୍ତ ୭ ଗୋଟି ଗ୍ରହଣ କରାଯାଇଛି। ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରେ ଗୋଟିଏ ଦରଖାସ୍ତ ସିଏମଆରଏଫରୁ ଆର୍ଥିକ ସହଯୋଗ ନିମନ୍ତେ ରହିଥିବା ସୂଚନା ଦିଆଯାଇଛି। ୩ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ଦାୟୀତ୍ଵ ପ୍ରଦାନ କରାଯାଇଛି।
ଏବିଡିଓ, ସୋନପୁର ଶଶି ଭୂଷଣ ପଧାନଙ୍କ ତତ୍ଵାବଧାନରେ ଆଜି ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ – ଡ଼ଃ. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଏସଇପିଡବ୍ଲୁଡି ଇଂ. ଦାମୋଦର କୈବର୍ତ୍ତ, ଡିଏମଓ ଡ଼ଃ. ଦୈତ୍ୟ ନାରାୟଣ ପାଢ଼ୀ, ସିଏସଓ ସୁରେଶ ପାଣିଗ୍ରାହୀ, ଏଡିଇଓ ମଞ୍ଜୁଲତା ଭୋଇ, ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଳା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।