ଭୁବନେଶ୍ଵର,ରାଜ୍ୟରେ ଗୋଟିଏ ଦିନରେ ୧୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୨୭୮ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ଵାରେଂଟାଇନ (ସଙ୍ଗରୋଧ)ରୁ ଏବଂ ୫ ଜଣ ଲୋକାଲ୍ କଂଟାକ୍ଟ (ସ୍ଥାନୀୟ ସମ୍ପର୍କ)ରୁ ରହିଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ନୂଆ ୨୨ ଜଣ ସୁସ୍ଥ ହେବା ପରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୮୮୪ ରେ ପହଂଚିଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୭ ରହିଛି ।
ରାଜ୍ୟରେ ନୂଆ ଚିହ୍ନଟ ହୋଇଥିବା ୧୧ ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରେ ୧, କଟକ ଜିଲ୍ଲାରେ ୪, ଗଞ୍ଜାମ ଜିଲ୍ଲାରେ ୧, ସମ୍ବଲପୁର ଜିଲ୍ଲାରେ ୪ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।