
ଭୁବନେଶ୍ୱର, ଧାମନଗରର ନବ ନିର୍ବାଚିତ ବିଧାୟକ ସୂର୍ଯ୍ୟବଂଶୀ ସୁରଜ ବୁଧବାର ଦିନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଅବସରରେ ବିରୋଧୀ ଦଳର ନେତା ଜୟ ନାରାୟଣ ମିଶ୍ର, ବିଜେପି ବିଧାୟକ ଦଳର ମୁଖ୍ୟ ସଚେତକ ମୋହନ ମାଝୀ ସମେତ ଅନ୍ୟ ଲୋକ ମାନେ ଉପସ୍ଥିତ ଥିଲେ ।