ଭୁବନେଶ୍ଵର,ରାଜ୍ୟରେ ଗୋଟିଏ ଦିନରେ ୨୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୩୦୪ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ୨୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଜଣ କ୍ଵାରେଂଟାଇନ (ସଙ୍ଗରୋଧ)ରୁ ଏବଂ ୧୦ ଜଣ ଲୋକାଲ୍ କଂଟାକ୍ଟ (ସ୍ଥାନୀୟ ସମ୍ପର୍କ)ରୁ ରହିଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ନୂଆ ୩୧ ଜଣ ସୁସ୍ଥ ହେବା ପରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୯୧୫ ରେ ପହଂଚିଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୨ ରହିଛି ।
ରାଜ୍ୟରେ ନୂଆ ଚିହ୍ନଟ ହୋଇଥିବା ୨୬ ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରେ ୨, କଟକ ଜିଲ୍ଲାରେ ୧୨, ଜଗତସିଂହପୁର ଜିଲ୍ଲାରେ ୨, ଝାରସୁଗୁଡ଼ା ଜିଲ୍ଲାରେ ୧, ଖୋର୍ଦ୍ଧା ଜିଲ୍ଲାରେ ୨, ନୟାଗଡ଼ ଜିଲ୍ଲାରେ ୧, ପୁରୀ ଜିଲ୍ଲାରେ ୧ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।