
ଭୁବନେଶ୍ଵର, ଆଜି ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୩.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ବୌଦ୍ଧରେ ୧୪.୦ ଡ଼ିଗ୍ରୀ ରହିଛି । ରାଜଧାନୀ ଭୁବନେଶ୍ଵରରେ ସର୍ବୋଚ୍ଚ ତାପମାତ୍ରା ୩୧.୬ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୧.୯ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୩୦.୫ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୧.୨ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ସେହିପରି ରାତି ତାପମାତ୍ରା କୋରାପୁଟ ଜିଲ୍ଲା ସିମିଳିଗୁଡ଼ାରେ ୧୨.୮ ଡ଼ିଗ୍ରୀ, କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ୧୩.୪ ଡ଼ିଗ୍ରୀ, କୋରାପୁଟରେ ୧୪ ଡ଼ିଗ୍ରୀ, ବୌଦ୍ଧରେ ୧୪ ଡ଼ିଗ୍ରୀ ଏବଂ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିରେ ୧୪.୫ ଡ଼ିଗ୍ରୀ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି ।