-
ଇ-କୁମ୍ଭ ପୋର୍ଟାଲର ମଧ୍ୟ କଲେ ଉନ୍ମୋଚନ
ଭୁୁବନେଶ୍ୱର, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନ ଓଡ଼ିଆ ଭାଷାରେ ଇଂଜିନିୟରିଂ ପାଠ୍ୟ ପୁସ୍ତକର ଉନ୍ମୋଚନ କରିଛନ୍ତି । ସେହିପରି ଇ-କୁମ୍ଭ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି । ଉଭୟ ଡିଗ୍ରୀ ଓ ଡିପ୍ଲୋମା ଛାତ୍ରଛାତ୍ରୀଙ୍କ ପାଇଁ ଏହି ପୁସ୍ତକ ଗୁଡିକ ଉନ୍ମୋଚିତ ହୋଇଛି । ଓଡ଼ିଆ ଭାଷାରେ ସିଏସଟିଟି ଦ୍ୱାରା ବିକଶିତ ଯାନ୍ତ୍ରିକ ଶବ୍ଦକୋଷ ଲୋକାର୍ପଣ କରିଛନ୍ତି । ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେଇ ବିଭିନ୍ନ ଉପକ୍ରମର ଶୁଭାରମ୍ଭ କରିଛନ୍ତି ।
ଏହି ଅବସରରେ ସେ କହିଛନ୍ତି ଯେ – ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇବ । -ତୃଣମୂଳ ସ୍ତରରେ ମେଧା ବିକାଶ ପାଇଁ ସରକାର ଗୁରୁତ୍ୱ ଦେଉଥିବା ଏଥିରୁ ସ୍ପଷ୍ଟ ହେଉଛି ।
ସେ କହିଛନ୍ତି ଯେ ମାତୃଭାଷାରେ ପଢୁଥିବା ଶିଶୁର ବୌଦ୍ଧିକ ବିକାଶ ଅନ୍ୟଠୁ ଅଧିକ । ଭାଷା ଓ ସଂସ୍କୃତି ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଶିକ୍ଷାକୁ ପ୍ରତିବନ୍ଧକ ଶୂନ୍ୟ କରିବାକୁ ଆମେ ସାଧ୍ୟମତେ ଚେଷ୍ଟା କରିବା ବୋଲି ସେ କହିଛନ୍ତି ।
ସେ କହିଛନ୍ତି ଯେ -ମାତୃଭାଷାରେ ପଢୁଥିବା ଶିଶୁର ବୌଦ୍ଧିକ ବିକାଶ ଅନ୍ୟଠୁ ଅଧିକ । ମାତୃଭାଷାରେ ଶିକ୍ଷା ଦେବାକୁ ଜାତୀୟ ଶିକ୍ଷା ନୀତିରେ ଗୁରୁତ୍ୱ ଦିଆଯାଇଛି ।
ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ଯୋଗଦେଇଛନ୍ତି ।
ଉଲ୍ଲେଖନୀୟ ଯେ ଗତ ବର୍ଷ ଅକ୍ଟୋବର ୧୮ ତାରିଖରେ ଭୁବନେଶ୍ୱର ଠାରେ ଓଡ଼ିଆ ଭାଷାରେ ଇଂଜିନିୟରିଂ ଶିକ୍ଷା ପ୍ରଦାନ କରିବା ପାଇଁ ଏଆଇସିଟିଇ ଏବଂ ଓଡ଼ିଆ ଅଧ୍ୟୟନ ଓ ଗବେଷଣା କେନ୍ଦ୍ର(ଆଇଓଏସଆର) ମଧ୍ୟରେ ଏକ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା ।
ଚା ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ଶିକ୍ଷା ମାତୃଭାଷାକୁ ବ୍ୟବହାରିକ ରୂପ ଦେବ । ବିଶେଷ ଭାବରେ ଅପହଂଚ ଅଂଚଳର ପଢ଼ୁଥିବା ଇଞ୍ଜିନିୟର ଛାତ୍ରଛାତ୍ରୀମାନେ ଇଞ୍ଜିନିୟରିଂ ପାଠ୍ୟକ୍ରମକୁ ଭଲ ଭାବରେ ବୁଝିବା ସହ ଏହି ପଦକ୍ଷେପ ଦ୍ୱାରା ଉପକୃତ ହେବେ ବୋଲି ଜଣା ପଡିଛି ।