
ଭୁବନେଶ୍ୱର,ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ଅବଧି ହ୍ରାସ କରାଯାଇଛି । ଆସନ୍ତା ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଂଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ । ଶୀତ ଦିନ ଏବଂ ମାଓବାଦୀ ଅଂଚଳ ହୋଇଥିବାରୁ ଭୋଟିଂ ସମୟ ହ୍ରାସ କରାଯାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।
ପଦ୍ମପୁର ଉପନିର୍ବାଚନ ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଏହି ନିଷ୍ପତି ହୋଇଥିଲା ।