ପୁରୀ, ମାର୍ଗଶୀର ମାସ ଚତୁର୍ଦ୍ଦଶୀ ତିଥିରେ ଆଜି ଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବଦୀପାବଳି ଉତ୍ସବ ଆରମ୍ଭ ହୋଇଛି । ସାଧାରଣତଃ ହିନ୍ଦୁମାନେ ଯେପରି କାର୍ତିକ ଅମାବାସ୍ୟା ତିଥି, ଦୀପାବଳି ଦିନ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରି ଦୀପଦାନ କରିଥାନ୍ତି, ଠିକ୍ ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦ ତିଥିରେ ତିନିଦିନ ଧରି ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିବା ନୀତି ରହିଛି । ଏହି ତିନି ଦିନ ଶ୍ରୀଜଗନ୍ନାଥ ଶ୍ରାଦ୍ଧବେଶରେ ଭୂଷିତ ହୋଇ ବାମନ ରୂପରେ ସତ୍ୟଯୁଗର ଅଦିତି ଓ କଶ୍ୟପ, ଶ୍ରୀରାମ ରୂପରେ ତ୍ରେତୟା ଯୁଗର କୌଶଲ୍ୟା ଓ ଦଶରଥ ଓ ଶ୍ରୀକୃଷ୍ଣ ରୂପରେ ଦେବକୀ ଓ ବସୁଦେବ ତଥା ଗୁଣ୍ଡିଚା ଓ ଇନ୍ଦ୍ରଦ୍ୟୁମ୍ନଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିବେ ।
Related Stories
November 22, 2024