-
ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ଆକାଶ ସହ କୋହଲା ପାଗ
ଭୁବନେଶ୍ଵର, ଆଜି ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୨.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ନବରଙ୍ଗପୁରରେ ୧୧.୫ ଏବଂ ସୁନ୍ଦରଗଡ଼ ଜିଲ୍ଲାର କିରେଇରେ ୧୦.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୯.୧ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ରାଜଧାନୀ ଭୁବନେଶ୍ଵରରେ ସର୍ବୋଚ୍ଚ ତାପମାତ୍ରା ୩୦.୨ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୯.୪ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୯.୬ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୮.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଉତରା-ପୂର୍ବାଳୀ ସାମୁଦ୍ରିକ ବାୟୁ ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ଆକାଶ ସହ ଲାଗି ରହିଛି କୋହଲା ପାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।