
ଭୁବନେଶ୍ଵର, ଆଜି ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ନବରଙ୍ଗପୁରରେ ୩୧.୬ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା କେନ୍ଦୁଝରରେ ୧୩.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କୋରାପୁଟରେ ୧୧.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୦.୨ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୮.୧ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୯.୫ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୬.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।