
ଭୁବନେଶ୍ୱର, ନବରଙ୍ଗପୁରର ସରାଗୁଡାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣହାନୀ ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।