ଭୁବନେଶ୍ବର, ପଦ୍ମପୁରରେ ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯାୟରେ ପହଂଚି ସାରିଛି । ପୋଲିଂ ପାର୍ଟି ବୁଥକୁ ଯାଇ ସାରିଛନ୍ତି। ମତଦାନକୁ ଶାନ୍ତିପୂର୍ଣ ଓ ସୁରୁଖୁରରେ କରାଇବାକୁ ସମସ୍ତ ପ୍ରସ୍ତୁତି କରାଯାଇଛି । ପଦ୍ମପୁର ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ଏକ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ ୧୨୭୬ ପୋଲିଂ ଅଧକାରୀ ନିଯୁକ୍ତ ହୋଇଛନ୍ତି। ସାଇଲେନ୍ସ ପିରିୟଡରେ ଚେକିଂ କଡ଼ାକଡି କରିବାକୁ ଜିଲ୍ଲାପାଳ ଓ ଏସପି ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମଦ ବିକ୍ରି ଉପରେ ବି କଟକଣା ଲାଗିଛି। ଇଭିଏମରେ ତ୍ରୁଟି ଥିଲେ, ନୂଆ ଇଭିଏମ ପାଇଁ ବ୍ୟବସ୍ଥା ଅଛି।
ସେ କହିଛନ୍ତି ଯେ ୨ ଲକ୍ଷ ୫୭ ହଜାରରୁ ଅଧିକ ଭୋଟର ଆସନ୍ତାକାଲି ମତ ସାବ୍ୟସ୍ତ କରିବେ ସେ କହିଛନ୍ତି ଯେ ୧୨ଟି ଡକ୍ୟୁମେଣ୍ଟ ନେଇ ଭିତରୁ ଯେ କୌଣସିଟି ନେଇ ଭୋଟ ଦେବାକୁ ଭୋଟର ଆସିପାରିବେ। ଦିବ୍ୟାଙ୍ଗ ଭୋଟର ପାଇଁ ଘରୁ ଆଣି ଛାଡ଼ିବା ଲାଗି ଗାଡ଼ିର ବ୍ୟବସ୍ଥା ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ମତଦାନ ଚାଲିବ। ୧୫ଟି ମଡେଲ ଓ ୬ଟି ପିଙ୍କ୍ ବୁଥ ହୋଇଛି। ୭୯ଟି କ୍ରିଟିକାଲ୍ ବୁଥ ଅଛି। ୧୨୦ବୁଥରେ ୱେବ୍ କାଷ୍ଟିଂ ଓ ୬୬ଟି ବୁଥରେ ସିସିଟିଭି ଲାଗିଛି। ୧୪୧୩ ପୁଲିସ ନିଯୁକ୍ତ ଅଛନ୍ତି ଓ ୯ 9ଟି ଟା ସିଆରପିଏଫ୍ କମ୍ପାନି ନିଯୁକ୍ତ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।
ଇଭିଏମରେ ତ୍ରୁଟି ଆସିଲେ ଅଧଘଣ୍ଟା ଭିତରେ ଏହାକୁ ପରିବର୍ତ୍ତନ କରାଯିବ । ମୋଟ୍ ୩୧୯ ବୁଥ୍ ମଧ୍ୟରୁ ୩୦୬ଟିର ନାମ ବଦଳିଛି । ୧୫ଟି ମଡେଲ ବୁଥ, ୬ପିଙ୍କ୍ ବୁଥର ବ୍ୟବସ୍ଥା ହୋଇଛି। ୭୯ ସମ୍ବେଦନଶୀଳ ବୁଥ ଉପରେ ନଜର ରଖାଯାଇଛି
ମତଦାତା ମାନେ । ହେଲପ ଡେସ୍କରୁ ସାହାଯ୍ୟ ନେଇପାରିବେ । ଭିନ୍ନକ୍ଷମ ଭୋଟରଙ୍କ ମତଦାନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୋଟ୍ ଦିନ ସଂପୃକ୍ତ ଅଞ୍ଚଳ ପାଇଁ ସରକାରୀ ଛୁଟି ଘୋଷଣା ହୋଇସାରିଛି । ସକାଳ ୭ରୁ ଅପରାହ୍ନ ୪ଟା ଯାଏଁ ମତଦାନ କରିପାରିବେ । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏଥିପାଇଁ ୧୪୧୩ ଜଣ ପୋଲିସ କର୍ମଚାରୀ, ୯ କମ୍ପାନୀ ସିଆରପିଏଫ ନିୟୋଜିତ ହୋଇଛନ୍ତି ।