ଭୁବନେଶ୍ଵର, ଆଜି ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୨.୫ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୨.୫ ଡ଼ିଗ୍ରୀ ଓ କିରେଇରେ ୧୦.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ଓ ଜି. ଉଦୟଗିରିରେ ୧୨.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି।
ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୯.୧ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୬.୧ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୮.୬ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୫.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।