ଭୁବନେଶ୍ଵର,ଆଜି ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୦.୫ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଝାରସୁଗୁଡ଼ାରେ ୧୧.୨ ଏବଂ କିରେଇରେ ୧୦.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କୋରାପୁଟ ଓ ସିମିଳିଗୁଡ଼ାରେ ୯.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୮.୭ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୫.୭ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୮.୨ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୬.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।