ଭୁବନେଶ୍ଵର,ଆଜି ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଢ଼େଙ୍କାନାଳରେ ୩୦.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୯.୦ ଡ଼ିଗ୍ରୀ ଓ କିରେଇରେ ୮.୭ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୬.୯ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୬.୬ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୫.୨ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୬.୬ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୪.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।