ଭୁବନେଶ୍ଵର, ଆଜି ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ନୟାଗଡ଼ରେ ୩୦.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୬.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ୬.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୮.୨ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୪.୨ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୭.୪ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୩.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।