
ଭୁବନେଶ୍ବର, ଜୟନ୍ତୀରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଂଜଳି ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା କାଳଜୟୀ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ଲୋକଙ୍କ ମଧ୍ୟରେ ଜାତୀୟତା ଭାବ ଜାଗ୍ରତ କରିବାରେ ତାଙ୍କ ସାହିତ୍ୟ ରଚନା ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ତାଙ୍କ ନିଃସ୍ଵାର୍ଥପର ଜୀବନ, ଅମାପ ଦେଶପ୍ରେମ ସର୍ବଦା ପ୍ରେରଣାଦାୟୀ।