ଭୁବନେଶ୍ଵର, ଆଜି ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୨୯.୫ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ସୁନ୍ଦରଗଡ଼ରେ ୧୩.୦ ଏବଂ କିରେଇରେ ୧୩.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୧୩.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୬.୦ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୮.୮ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୫.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୮.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।