-
ରାଜ୍ୟ ବାହାରୁ ଆସୁଥିବା ଓøଷଧ ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ଓøଷଧ କାରବାର ଉପରେ ଚଢ଼ଉ ଓ ଧରପଗଡ ଜୋରଦାର କରାଯାଇଛି । ରାଜ୍ୟ ବାହାରୁ ଆସୁଥିବା ଓøଷଧ ଉପରେ କଡ଼ା ନଜର ରଖିବା ସହ ସମସ୍ତ ସମ୍ବେଦନଶୀଳ ଓ ସନ୍ଦେହାତ୍ମକ ଗୋଦାମ ଉପରେ ସଘନ ଚଢ଼ାଉ କରିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ୍ ସମସ୍ତ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଓøଷଧ ଗୋଦାମ ସହ ଖୁଚୁରା ବ୍ୟବସାୟ କେନ୍ଦ୍ର ଓ ଦୋକାନ ମାନଙ୍କରେ ମଧ୍ୟ ଚଢ଼ାଉ ଜାରି ରହିଛି । ଇତି ମଧ୍ୟରେ କଟକରେ ୬ ଟି, କେନ୍ଦ୍ରାପଡାରେ ୧ ଟି, ଝାରସୁଗୁଡାରେ ୨ ଟି,ଏବଂ ସୁନ୍ଦରଗଡ, ବରଗଡ ଓ ସମ୍ବଲପୁରରେ ୧ ଟି ଲେଖାଏଁ ଯାଗାରୁ ନକଲି ଓøଷଧ ଧରାଯାଇ ଆଇନଗତ ମକଦ୍ଦମା ରୁଜୁ କରାଯାଇଛି । ଦୋକାନମାନଙ୍କରେ ଥିବା ପ୍ରତି ଓøଷଧ ଷ୍ଟ୍ରିପ୍ କୁ ଯାଂଚ କରାଯାଉଛି । ଲଗାତର ଭାବେ ଚଢ଼ାଉ ଜାରି ରଖି ନକଲି କାରବାର କରୁଥିବା ଲୋକ ଓ ଦୋକାନୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ଲାଗି ଶ୍ରୀମତୀ ପଣ୍ଡିତ୍ ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରାପ୍ତ ସୂଚନାରୁ ଜଣାପଡିଛି, କଟକର ଭି.ଆର.ଏଜେନ୍ସି, ପୁଜା ଏଂଟରପ୍ରାଇଜରସ୍, କୟାଲ ଏଜେନ୍ସି, ମହାବୀର ପ୍ରସାଦ ରାଧେଶ୍ୟାମ, ଶ୍ରୀ ଡିଷ୍ଟ୍ରିବ୍ୟୁଟରସ୍ ଏବଂ ଶ୍ରୀ ଏମ୍.ଏଚ୍ ଆଦି ଗୋଦାମରୁ ଚଢ଼ଉପରେ ନକଲି ଓøଷଧ ମିଳିଛି । ସେହିପରି ଝାରସୁଗୁଡା ଜିଲ୍ଲାର ଶ୍ୟାମ ମେଡ଼ିକାଲ ଓ ଅମିତ୍ ଏଜେନ୍ସି, ସୁନ୍ଦ୍ରଗଡ଼ର ପ୍ରକାଶ ମେଡିକାଲ ପ୍ରା.ଲିଃ, ବରଗଡର ଅଶୋକ ମେଡିକାଲ ହଲ୍, ସମ୍ବଲପୁରର ଦୁର୍ଗା ଏଜେନ୍ସି ଏବଂ କେନ୍ଦ୍ରାପଡାର ସାଇ ଆଦି ଗୋଦାମରୁ ଚଢ଼ାଉ ପରେ ନକଲି ଔଷଧ ମିଳିଛି । ଏସବୁ ଏଜେନ୍ସି, ଗୋଦାମ ଓ ଦୋକାନ ବିରୁଦ୍ଧରେ ଡ୍ରଗ୍ସ୍ ନିୟନ୍ତ୍ରଣ ଆଇନ୍ ଅନୁସାରେ ମକଦ୍ଦମା ରୁଜୁ କରାଯାଇଛି ।