ପୁରୀ, ପବିତ୍ର ଧନୁ ସଂକ୍ରାନ୍ତିରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କୁ ପହିଲି ଭୋଗ ଲାଗି ହୋଇଛି । ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ସକାଳର ଗୋପଳବଲ୍ଲଭ ଭୋଗ ସହିତ ‘ ଏହି ପହିଲିଭୋଗ ‘ ଅନୁଷ୍ଠିତ ହେବ ।
ପହିଲି ଭୋଗରେ ବଡ଼ ଝିଲି, ଦରସୁଆ ବଡି, ଦରସୁଆ ଝିଲି, ବଡ଼ ବଡ଼ା, କାକେରା, ସାନ ଅମାଲୁ, ନଳୀ, କାକେରା, ଆରିସା, ମୁଗେଇ,ଏଣ୍ଡୁରି, ନଡୁ, ଗଜା, ଖଇର ଚୁଳ, ମଣ୍ଡା, ଚୁଡା ପୁଆ, ବଡ଼ି, କଂଟେଇ ପ୍ରଭୃତି ଭୋଗ ଲାଗି ହୋଇଛି । ଦ୍ଵିତୀୟ ଭୋଗ ମଣ୍ଡପ ପରେ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ଏହି ସମୟରେ ଶ୍ରୀଜୀଉଙ୍କ ବିଭିନ୍ନ ନୀତି ଅନୁଷ୍ଠିତ ହେବ । ଏହି ପହିଲି ଭୋଗ ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମହାପୂର୍ଣ୍ଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି ।