ମାଲକାନଗିରି, ଓଡ଼ିଶାର ବରପୁତ୍ର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୨ ତମ ଜୟନ୍ତୀ ସ୍ଥାନୀୟ ମାଲକାନଗିରି ମହାବିଦ୍ୟାଳୟରେ ଉତ୍କଳ ସମ୍ମିଳନୀ, ମାଲକାନଗିରି ଜିଲ୍ଲା ଶାଖା ପକ୍ଷରୁ ପାଳନ କରାଯାଇଛି। ଉକ୍ତ ଉତ୍ସବରେ ସମ୍ମିଳନୀର ସଭାପତି ତଥା ମହାବିଦ୍ୟାଳୟର ବାଣିଜ୍ୟ ବିଭାଗର ମୂଖ୍ୟ ଡ଼ଃ. ରଞ୍ଜନ କୁମାର ସ୍ଵାଇଁ ସଭାପତିତ୍ଵ କରିଥିବା ବେଳେ ଉତ୍କଳ ସମ୍ମିଳନୀର ପୂର୍ବତନ ସଭାପତି ପ୍ରକାଶ ଚନ୍ଦ୍ର ପଟ୍ଟନାୟକ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର କୁମାର ମହାରଣା ମୁଖ୍ୟବକ୍ତା, ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ।ଉତ୍କଳ ସମ୍ମିଳନୀ, ମାଲକାନଗିରି ଶାଖାର ଉପସଭାପତି ଓଡ଼ିଆ ଅଧ୍ୟାପକ ତପନ କୁମାର ବେହେରା ଅତିଥି ପରିଚୟ କରିଥିବା ବେଳେ ଅଧ୍ୟାପକ ପ୍ରମିୟ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।
କାର୍ଯ୍ୟକ୍ରମର ପ୍ରାରମ୍ଭରେ ମହାବିଦ୍ୟାଳୟର ଛାତ୍ରୀମାନେ ବନ୍ଦେ ଉତ୍କଳ ଜନନୀ ଗାନ କରି ସଭାର ଶୁଭାରମ୍ଭ କରିଥିଲେ। ଅତିଥିମାନେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଓ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରି ଓଡିଶା ପ୍ରଦେଶ ଗଠନରେ ଉତ୍କଳ ସମ୍ମିଳନୀର ପ୍ରଥମ ସଭାପତି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓଙ୍କର ଭୂମିକା ଓ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।