ଭୁବନେଶ୍ୱର, ଆୟବହିର୍ଭୂତ ସଂପତି ଠୁଳ ଅଭିଯୋଗରେ ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାନ୍ତରାଙ୍କ ଘର ସମେତ ମୋଟ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଭିଜିଲାନ୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ମିଳିଥିବା ସୂଚନା ଅନୁସାରେ ଇଡକଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାନ୍ତରାଙ୍କ ଭୁବନେଶ୍ୱର, କୋରାପୁଟ, ରାୟଗଡ଼ା ଓ ନୟାଗଡ଼ ସମେତ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି ।ଏହି ଚଢ଼ାଉରେ ୭ ଡିଏସପି, ୪ ଜଣ ଇନ୍ସପେକ୍ଟର, ଜଣେ ସବ୍-ଇନ୍ସପେକ୍ଟର ଏବଂ ୭ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ନିୟୋଜିତ ଅଛନ୍ତି । ଚଢାଉ ଜାରୀ ରହିଥିବା କାରଣରୁ ଏହାର ସବିଶେଷ ତଥ୍ୟ ମିଳି ପାରି ନାହିଁ ।