ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୨.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ୮.୦ ଡ଼ିଗ୍ରୀ ଏବଂ ସୁନ୍ଦରଗଡ଼ ଜିଲ୍ଲାର କିରେଇରେ ୭.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ୬.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୮.୭ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୪.୬ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୮.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୪.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।