ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ସୋନପୁରରେ ୩୩.୩ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ୧୨.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ୧୦.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୨ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୯.୮ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୩୧.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୦.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।