
ନୂଆଦିଲ୍ଲୀ, ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ଲାଗି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଆଜି ନୂଆଦିଲ୍ଲୀ ଠାରେ ଆନ୍ଧ୍ର ପ୍ରଦେଶର ମୁଖ୍ୟ ମନ୍ତ୍ରୀ ୱାଇ ଏସ ଜଗନ ମୋହମ ରେଡ୍ଡୀଙ୍କୁ ସାକ୍ଷାତ କରି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ୱାଇଏସଆର କଂଗ୍ରେସର ରାଜ୍ୟସଭାର ନେତା ବିଜୟ ସାଇ ରେଡ୍ଡୀ ମଧ୍ୟ ଉପସ୍ଥିତ ଥିଲେ ।