ନୂଆଦିଲ୍ଲୀ, ଦେଶବ୍ୟାପି କରୋନା ଟୀକାକରଣ ଅଭିଯାନରେ ବୁଧବାର ସକାଳ ୮ ଟା ସୁଦ୍ଧା ୨୨୦ କୋଟି ଟୀକା ଦେବା ସଂଖ୍ୟା ପାରି କରିସାରିଛି । ଗତ ୨୪ ଘଂଟାରେ ୧୨ ହଜାର ୫୪୨ ରୁ ଅଧିକ ଟିକା ଦିଆଯାଇଛି ।
କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହିସାବ ଅନୁସାରେ ବୁଧବାର ସକାଳ ସୁଦ୍ଧା ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶ ମାନଙ୍କରେ କରୋନା ବିରୋଧି ଟିକା ବର୍ତମାନ ସୁଦ୍ଧା ସମୁଦାୟ ୨୨୦.୦୪ କୋଟି ଟିକା ନିଶୁଳ୍କ ଭାବରେ ଯୋଗାଇ ଦିଆଯାଇଅଛି । ଗତ ୨୪ ଘଂଟାରେ ଦେଶରେ ସମୁଦାୟ ଆକ୍ଟିଭ୍ କେସ ୩୩୫୮ ଅଛି । ଗତ ୨୪ ଘଂଟାରେ ଆକ୍ଟିଭ କେସ ୦.୦୧ ପ୍ରତିଶତ ଅଛି ।