ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ର ପ୍ରଦେଶର ନେଲ୍ଲୋର ଠାରେ ସାଧାରଣ ସଭାରେ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି; “ଆନ୍ଧ୍ରପ୍ରଦେଶର ନେଲ୍ଲୋର ଠାରେ ସାଧାରଣ ସଭାରେ ହୋଇଥିବା ଦୁର୍ଘଟଣା ବେଶ ଦୁଃଖଦ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।