
-
ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରହ୍ଲାଦ ଜୋଶୀ
ଭୁବନେଶ୍ୱର, ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ରେଳଷ୍ଟେସନ ନବୀକରଣ ପାଇଁ ଆଜି (ଗୁରୁବାର) ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କୋଇଲା, ଖଣି ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗ ଦେଇଛନ୍ତି । ବିଶିଷ୍ଟ ଅତିଥି ଭାବେ ସାଂସଦ ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବିଧାୟକ ସୁର ରାଉତରାୟ ଓ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗ ଦେଇଛନ୍ତି ।
ଭାରତ ବର୍ଷରେ ରେଳ ଯାତ୍ରୀମାନଙ୍କୁ ବିଶ୍ୱସ୍ତରୀୟ ସେବା ଯୋଗାଇଦେବା ଲକ୍ଷରେ ଭୁବନେଶ୍ୱର ରେଳ ଷ୍ଟେସନ ପୁନଃ ବିକାଶ ସ୍ଥାନ ପାଇଛି କ୍ଷ ଏହି ପ୍ରକଳ୍ପ ପାଇଁ ୩୦୮ କୋଟି ତାଙ୍କ ବ୍ୟୟବରାଦ କରାଯାଇଅଛି ଯାହାକି ୨୪ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରାଯିବ ।
ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ରେଳଷ୍ଟେସନ ନବୀକରଣ କାମ କରାଯାଉଥିବାରୁ ସାଂସଦ ଅପରାଜିତା ଷଡ଼ଙ୍ଗୀ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି, ଅଶ୍ୱିନୀ ବୈଷ୍ଣବ ମନ୍ତ୍ରୀ ହେବାର ଦୁଇଦିନ ପରେ ସାକ୍ଷାତ କରି ଭୁବନେଶ୍ୱର ରେଳଷ୍ଟେସନ ନବୀକରଣ ଲାଗି ଦାବି କରିଥିଲି । ୨୦୨୨-୨୩ରେ ମଞ୍ଜୁରୀ ପରେ ଟେଣ୍ଡର ସରି ୱାର୍କର ଅର୍ଡର ମିଳି ସାରିଛି । କାମ କିପରି କ୍ଷୀପ୍ର ଗତିରେ ହୁଏ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାହାର ପ୍ରମାଣ ଦେଇଛନ୍ତି ବୋଲି ସେ କହିଛନ୍ତି ।