
ଭୁବନେଶ୍ୱର, ଭାରତୀୟ କ୍ରିକେଟ୍ ଖେଳାଳି ଋଷଭ ପନ୍ତ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବେଗ ପ୍ରକାଶ କରିବା ସହତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ – ଉତ୍ତରାଖଣ୍ଡରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ କ୍ରିକେଟର ରିଷଭ ପନ୍ତଙ୍କ ହସ୍ପିଟାଲରେ ଭର୍ତ୍ତି ହେବା ବିଷୟକୁ ନେଇ ଗଭୀର ଚିନ୍ତିତ । ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି ।