
ଭୁବନେଶ୍ଵର,ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୩.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ସୁନ୍ଦରଗଡ଼ରେ ୧୧.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କୋରାପୁଟରେ ୧୨.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୯.୬ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୯.୯ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୯.୬ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୯.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।