
ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ମହାନ ସ୍ୱାଧୀନତା ସଂଗ୍ରାମୀ, ନବ ଉତ୍କଳର ନିର୍ମାତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି । ସ୍ୱାଧୀନତା ପୂର୍ବ ଏବଂ ସ୍ୱାଧୀନତା ପରବର୍ତ୍ତୀ ସମୟରେ ଓଡିଶାକୁ ଜାତୀୟସ୍ତରରେ ପରିଚିତ କରାଇବାରେ ତାଙ୍କର ଅବଦାନ ଚିରସ୍ମରଣୀୟ ।